ଅକାଳରେ ଝଡିପଡିଲା ୧୧ ଜୀବନ

ବ୍ରହ୍ମପୁର:- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଟୁଲୁ ରାସ୍ତାରେ ଏକ ଦୁଃଖ ଘଟଣା ଘଟିଯାଇଛି । ୧୧ କେଭି ତାର ବରଯାତ୍ରୀ ବସରେ ଲାଗିଯିବା ଫଳରେ ବସରେ ଥିବା ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଏକାଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ୮ ଜଣ ଯାତ୍ରୀ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ ୩ ଜଣ ହସ୍ପିଟାଲ୍‌କୁ ଯିବା ବାଟରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଉଦ୍ଧାର କ।ର୍ଯ୍ୟ ଜାରି ରଖିଛନ୍ତି। ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ଟୁଳୁ ନିକଟରେ ଏକ ଯାତ୍ରୀବାହୀ ବସ୍ ରେ ନିଆଁ ଲାଗିଯାଇଛି । ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯିବାରୁ ବସ୍ ରେ ନିଆଁ ଲାଗି ଯାଇଥିଲା ଫଳରେ ବସ୍  ରେ ଥିବା ପ୍ରାୟ ୪୦ ଜଣରୁ ଉର୍ଦ୍ଧ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ପହଞ୍ଚି ଯାତ୍ରୀ ମାନଙ୍କୁ ଉଦ୍ଧାର କରିଛନ୍ତି। ତେବେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଡାକ୍ତରଖାନରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏବେ ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ପୁଲିସ୍ ଯାତ୍ରୀମାନଙ୍କୁ ଉଦ୍ଧାର କରୁଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ