ଆଇନ ସଚେତନତା ଶିବିର
ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ) : ସ୍ଥାନୀୟ ପିଏନ୍ୟୁଏ କଲେଜ ପରିସରରେ ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷା ତଥା ଅତିରିକ୍ତ ଜିଲ୍ଲା ଜଜ୍ ଶିଖାରାଣୀ ରଥ ଅଧ୍ୟକ୍ଷତା କରି ଜାମିନ୍, ଏତଲା, ଅପିଲ୍ ଏବଂ ସମନ୍ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ଏବଂ ଜନସାଧାରଣଙ୍କୁ ସଚେତନତା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସବଜଜ୍ ସ୍ୱୟଂପ୍ରଭା ଆଚାର୍ଯ୍ୟ, ଏସ୍ଡିଜେଏମ୍ ସନ୍ତୋଷ ପାଣିଗ୍ରାହୀ, ଛତ୍ରପୁର ଏସ୍ଡିପିଓ ଉକ୍ରଳ କେଶରୀ ଦାଶ, ବରିଷ୍ଠ ଆଇନଜିବୀ ଗୋକୁଳ ଚନ୍ଦ୍ର ପଣ୍ଡା, ଛତ୍ରପୁର ଓକିଲ ସଂଘର ସଭାପତି କେ.ଶିବରାମ ରେଡ୍ଡି, ଆଇନଜିବୀ କୃଷ୍ଣ ପଣ୍ଡା ,ଡ.ରାଜେନ୍ଦ୍ର ଦାଶ ଓ ମନୋଜ କୁମାର ପାଢୀ ପ୍ରମୁଖ ଉପସ୍ଥିତ ଥିଲେ ।