ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ କୋହଲା ପାଗ
ଭୁବନେଶ୍ବର : ଆଜି କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳରେ ଘଡଘଡି ସହ ବର୍ଷା ହେବ ବୋଲି ସୂଚନା ରହିଛି । ଏହି ସମୟରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବ ବୋଲି ସୂଚନା ରହିଛି । ଆଜି ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଏନେଇ ୧୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼। ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶାରେ ଘନ କୁହୁଡି ପଡିବ । କୁହୁଡି ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି – ନୟାଗଡ଼ା, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, ଅନୁଗୁଳରେ ଘନ କୁହୁଡି ରହିବ ବୋଲି ପାଣିପାଗ ବିଭାଗ କହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୋନପୁରରେ ସର୍ବାଧିକ ୫୭.୮ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବୌଦ୍ଧ ୪୫.୨, ବଲାଙ୍ଗିର ୩୦, ତାଳଚେର ୧୪, ବାରିପଦାରେ ୫ ମିମି ବର୍ଷା ହୋଇଥିବାର ରେକର୍ଡ କରାଯାଇଛି ।