+୨ ଖାତା ନଦେଖିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହରୁ +୨ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ । ତେବେ ଖାତା ନଦେଖିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି । ଖାତା ଦେଖାରେ ଯୋଗନଦେଲେ ସମ୍ପୃକ୍ତ ଅଧ୍ୟାପକ ଓ ଅଧ୍ୟାପିକାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି । ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହରୁ +୨ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ । ମେ ଶେଷ ସପ୍ତାହରେ +୨ ବିଜ୍ଞାନଳ ପରୀକ୍ଷା ଫଳ ପ୍ରକାଶ ପାଇବ । ଜୁନ ପ୍ରଥମ ସପ୍ତାହରେ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । କପି ମୁକ୍ତ ପାଇଁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଥିବା ସେ କହିଛନ୍ତି ।


