ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ କ୍ରୀଡ଼ା ପ୍ରତିଯୋଗିତା

ଛତ୍ରପୁର : ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ ଆନୁକୁଲ୍ୟରେ ଛତ୍ରପୁର ଗୋଷ୍ଠୀ ଶିକ୍ଷା ତରଫରୁ ରିକାପଲ୍ଲୀସ୍ଥିତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ୮୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ନେଇ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାକୁ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ନୃସିଂହ ଚରଣ ମିଶ୍ର ପ୍ରଦୀପ ପ୍ରଜ୍ଜଳନ କରି ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ରୀତା ରଥ ଯୋଗ ଦେଇ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ପ୍ରତିଯୋଗିତାକୁ ସମସ୍ତ ସିଆରସିସି ଏବଂ ଗୋଷ୍ଠୀ ସମ୍ବଳ ଶିକ୍ଷକ ପରିଚାଳନା କରିଥିବାବେଳେ ଏହି ପ୍ରତିଯୋଗିତାରେ ମ୍ୟୁଜିକ ଚେୟାର, ଚିତ୍ରାଙ୍କନ, ଆଳୁ ଚାମଚ ଦୌଡ଼ ସମେତ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ