ଶିକ୍ଷା ହିଁ ବିକାଶର ମୁଳମନ୍ତ୍ର : ବ୍ଳକ ଅଧ୍ୟକ୍ଷ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ଗୋପିନାଥପୁର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତଥା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ମମତା ରେଡ୍ଡିଙ୍କ ତତ୍ୱାଧାନରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ଶିକ୍ଷା ହିଁ ବିକାଶର ମୁଳମନ୍ତ୍ର ବୋଲି ମତବ୍ୟକ୍ତ କରିଥିଲେ । ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଇପିଲି ଋଷିୟା, ଶିକ୍ଷକ କଲ୍ୟାଣ ସମିତିର ସଭାପତି ପୁର୍ଣ୍ଣଚନ୍ଦ୍ର ମହାରଣା, ମକରଝୋଳ ସାଧନାକେନ୍ଦ୍ର ସିଆରସିସି କୌଳାଶ ଚନ୍ଦ୍ର ସାହୁ ପ୍ରମୁଖ ମଂଚାସିନ ଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମଂଜୁଳା ଦାଶ ସ୍ୱାଗତ ଭାଷଣ ସହ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ବହୁ ଅଭିଭାବକ, ଅଭିଭାବିକା ଓ ପରିଚାଳନା କମିଟିର ବହୁ କର୍ମକର୍ତା ଉପସ୍ଥିିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ