କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

କେନ୍ଦ୍ରାପଡା : ବାରିମୂଳସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାଶ ଯୋଗଦେଇ ଶୃଙ୍ଖଳିତ ଭାବରେ କ୍ରୀଡା ପ୍ରତିଯୋଗୀତାରେ ଅଂଶଗ୍ରହଣ କଲେ ଜଣେ ସୁଦକ୍ଷ କ୍ରୀଡାବୀତ ଭାବରେ ଭବିଷ୍ୟତରେ ସୁନାମ ଅର୍ଜ୍ଜନ କରିପାରିବ ବୋଲି ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ସେ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ଉତ୍ସବରେ ଶିକ୍ଷକ ଶେଖ ଇଦ୍ରିସ ଅଲ୍ଲୀ, ଅଶୋକ କୁମାର ମଲ୍ଲିକ, ସୁକାନ୍ତ କିଶୋର ସାମନ୍ତରାୟ, ଦୀପକ କୁମାର, ଅଶ୍ୱିନୀ ଲାଞ୍ଜେକର ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ । ଶେଷରେ ଶାରୀରିକ ଶିକ୍ଷା ଶିକ୍ଷକ ଅଶ୍ୱିନୀ କୁମାର ମାଝି ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ