ମହାନାଦପୁର ସରସ୍ୱତୀ ଶିଶୁ ବିଦ୍ୟା ଭବନର ୧୮ତମ ବାର୍ଷିକ ଉତ୍ସବ

ଛତ୍ରପୁର : ମହାନାଦପୁର ସରସ୍ୱତୀ ଶିଶି ବିଦ୍ୟା ଭବନର ୧୮ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରତାପ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ କୃଷି ବିପଣନ ନୀଗମର ଉପଦେଷ୍ଟା ତଥା ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥୀ ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବା ସହ ଛାତ୍ରଛାତ୍ରୀଙ୍କୁ ସୁନାଗରିକ ହେବା ର ବିଭିନ୍ନ ଦିଗଦର୍ଶନ ଦେଇଥିଲେ । ମୁଖ୍ୟବକ୍ତାଭାବେ ଶିକ୍ଷାବିତ୍ ଜଗନ୍ନାଥ ପଣ୍ଡା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପାଠସହ ବିଭିନ୍ନ କାର୍ଯ୍ୟରେ ଦକ୍ଷତା ଉପାର୍ଜନ କରିବା ନିମନ୍ତେ ପରାମର୍ଶ ଦେଇଥିଲେ । ସମ୍ମାନୀତ ଅତିଥୀ ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ, ମହାନାଦପୁର ସମିତି ସଭ୍ୟ ଅଶୋକ କୁମାର ପାଣିଗ୍ରାହୀ , ଏବିଇଓ ସୀତାରାମ ପାତ୍ର , ବରିଷ୍ଠ ସାମ୍ବାଦିକ ରବି ରଥଙ୍କ ସମେତ ବହୁ ମାନ୍ୟ ଗଣ୍ୟବ୍ୟକ୍ତି ଯୋଗଦେଇଥିଲେ । ପ୍ରାରମ୍ଭରେ ବିଦ୍ୟାଳୟ ପରିଚାଳନା କମିଟି ସଂପାଦକ ବିଜୟ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଅତିଥୀମାନଙ୍କ ଦ୍ୱାରା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲେ । ଏହି ଅବସରରେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ