ହିଞ୍ଜିଳିକାଟୁରେ ଉପଜିଲ୍ଲାପାଳଙ୍କ କରୋନା ସମୀକ୍ଷା

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ସାରା ବିଶ୍ୱରେ କରୋନା ସଂକ୍ରମଣର ଭୟାବହତା ଦେଖିବାକୁ ମିଳିଛି । କରୋନା ସଂକ୍ରମଣରୁ ରକ୍ଷା ପାଇବା ସକାଶେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । କରୋନା ସଂକ୍ରମଣକୁ ସ୍ଥାନୀୟ ଅଂଚଳରେ ପ୍ରଭାବ ନପଡ଼ିବା ସକାଶେ ଜିଲ୍ଲା ପ୍ରଶାସନ ସମେତ ସ୍ଥାନୀୟ ପ୍ରଶାସନ ତତ୍ପରତା ପ୍ରକାଶ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବୁଧବାର ଗଂଜାମ ଜିଲ୍ଲା ଉପ ଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟି ହିଂଜିଳି ଗ୍ରସ୍ତରେ ଆସି ବହୁ ପ୍ରଶାସନିକ ଅଧିକାରୀଙ୍କସହ କରୋନା ସଂକ୍ରମଣରୁ ଦୁରେଇ ରହିବା ସକାଶେ ଏବଂ ଜନ ସଚେତନତା ନେଇ ଆଲୋଚନା କରିଥିଲେ । ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ସମସ୍ତ ମନ୍ଦିର, ଯାତ୍ରା, ଦଣ୍ଡନାଚ, ବିବାହ, ବ୍ରତ କାର୍ଯ୍ୟକୁ ବନ୍ଦ କରିବା ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ । ଆୟୋଜିତ ବୈଠକରେ ବିଡ଼ିଓ ପ୍ରସନ କୁମାର ପାତ୍ର, ତହସିଲଦାର ଗୋପିନାଥ କୁଅଁର, ପୌର ପରିଷଦ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ, ଥାନା ଆଇଆଇସି ଅଭିମନ୍ୟୁ ଦାସ, ସିଡ଼ିପିଓ ଶୁଭଶ୍ରୀ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ