୧୫ ଜିଲ୍ଲା ରେ କାଳବୈଶାଖୀ ସମ୍ଭାବନା
କାଳବୈଶାଖୀ ପ୍ରଭାବରେ ସୋମବାର ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ ,ରାୟଗଡ଼ା, ମୟୂରଭଞ୍ଜ, କନ୍ଧମାଳ, ବଲାଙ୍ଗିର, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାରେ ଦିନ ୧୨ଟା ୧୫ ପର୍ୟ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏନେଇ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରିଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ।


