ଏପ୍ରିଲ୍‌ ୩୦ ଯାଏଁ ବଢିଲା ଲକ୍‌ ଡାଉନ୍‌ ସମୟ

ଭୁବନେଶ୍ବର: ଲକ୍‌ ଡାଉନକୁ ନେଇ ଯେଉଁ କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା ତାହାର ଅନ୍ତ ଘଟିଛି। ଏପ୍ରିଲ୍‌ ୩୦ ଯାଏଁ ଲକ୍‌ ଡାଉନ୍ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏପରି ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା ଜାରି କରାଯାଇଛି। ଏପ୍ରିଲ୍‌ ୩୦ଯାଏଁ ଟ୍ରେନ୍‌ ଓ ବିମାନ ସେବା ବନ୍ଦ ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି ବୋଲି ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟ ବାହାରେ ଥିବା ଶ୍ରମିକ ଭାଇଙ୍କ ଯତ୍ନ ନେବାକୁ ସମ୍ପୃକ୍ତ ରାଜ୍ୟଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶା ସରକାର ମଧ୍ୟ ରାଜ୍ୟରେ ଅଟକି ଥିବା ଶ୍ରମିକଙ୍କ ଯତ୍ନ ନେଉଛନ୍ତି। ଲକ୍‌ ଡାଉନ୍‌ ସମୟରେ କୃଷି କାର୍ଯ୍ୟ ଜାରି ରହିବ। ଶ୍ରମିକମାନଙ୍କ ସୁବିଧା ପାଇଁ ମନରେଗା କାର୍ଯ୍ୟ ଜାରି ରହିବ। ଦେଶର ଅର୍ଥନୀତି ଅପେକ୍ଷା ଆମ ପାଇଁ ଲୋକଙ୍କ ଜୀବନ ଅଧିକ ଗୁରୁତ୍ବପୂର୍ଣ୍ଣ। ରାଜ୍ୟରେ ୧ ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସାହସର ସହ କରୋନା ମୁକାବିଲା ପାଇଁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କରୋନା ମୁକାବିଲା ପାଇଁ ଏପ୍ରିଲ୍‌ ୧୪ ଯାଏଁ ଦେଶରେ ଲକ୍‌ ଡାଉନ୍‌ ଜାରି ରହିଥିବାବେଳେ ଏହାକୁ ଏପ୍ରିଲ୍‌ ୩୦ ଯାଏଁ ବୃଦ୍ଧି କରିବାକୁ କେନ୍ଦ୍ରକୁ ସୁପାରିଶ୍‌ କରିଛନ୍ତି ନବୀନ ପଟ୍ଟନାୟକ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ