ଆସନ୍ତାକାଲି ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ: ଆସନ୍ତା କାଲି ଦେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୋମବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ କରାଯାଇ ଏହି ସୂଚନା ପ୍ରଦାନ କରାଯାଇଛି। ଆସନ୍ତାକାଲି ଲକ୍‌ଡାଉନ୍‌ର ଅନ୍ତିମ ଦିବସ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବାକୁ ଯାଉଛନ୍ତି। ମଙ୍ଗଳବାର ସକାଳ ୧୦ଟା ସମୟରେ ମୋଦି ଦେଶକୁ ସମ୍ବୋଧିତ କରିବେ। ଏହି ଘୋଷଣାରେ ମୋଦି ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିବାର ଅନୁମାନ କରାଯାଉଛି। ପୂର୍ବରୁ ଦେଶର ୫ଟି ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ