ରାଜ୍ୟରେ ଆଉ ୭ କରୋନା ପଜିଟିଭ୍
ଭୁବନେଶ୍ବର : ରାଜ୍ୟରେ ଆଉ ସାତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚି ଯାଇଛି। ସେହିପରି ଭଦ୍ରକରୁ ୫ଜଣ ରହିଥିବାବେଳେ ବାଲେଶ୍ବରରୁ ଦୁଇଜଣ ଆକ୍ରାନ୍ତ ରହିଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରକାଶ ପାଇଛି । ରାଜ୍ୟରେ ଆଜି ସୁଦ୍ଧା ଚିହ୍ନଟ ହୋଇଥିବା ୬୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୪୩ ଜଣ ଚିକିତ୍ସାଧୀନ ରହିଛନ୍ତି।