ଭଦ୍ରକର ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଦ୍ରକ : ଭଦ୍ରକ ଜିଲ୍ଲାର ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ କରାଯାଇଛି । ବାସୁଦେବପୁରର ତିନୋଟି ପଞ୍ଚାୟତ, ଭଣ୍ଡାରିପୋଖରୀରର ୨ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ବାସୁଦେବପୁରର ବିନାୟକପୁର, ପଦମପୁର, ଲକ୍ଷ୍ମୀଦାସପୁର ଆଦି ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବାବେଳେ ଭଣ୍ଡାରୀପୋଖରୀ ବ୍ଲକର ରହଣିଆ, ତେସିଙ୍ଗା ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛି ପ୍ରଶାସନ । ଉଭୟ ବ୍ଲକରେ କଟକଣା ଜାରି କରିଛି ଜିଲ୍ଲା ପ୍ରଶାସନ । ଭଦ୍ରକର ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ତରଫରୁ ପଦକ୍ଷେପ ନିଆଯାଇଛି । ବାସୁଦେବପୁରର ତିନି ଓ ଭଣ୍ଡାରୀପୋଖରୀରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତରଫର କଡା ପଦକ୍ଷେପ ନିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ