ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ। ଆଜି ଚିହ୍ନଟ ହୋଇଥିବା ପଜିଟିଭ୍ ଭଦ୍ରକ ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ମ୍ୟାପ ଅନୁସାରେ ସୂଚନା ମିଳିଛି। ଏବେ ଭଦ୍ରକରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୧କୁ ବୃଦ୍ଧି ହୋଇଥିବାବେଳେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ରେ ପହଞ୍ଚିଛି। ଏବେ ରାଜ୍ୟରେ ମୋଟ ଆକ୍ଟିଭ୍ କେସ୍ ୫୧ ରହିଥିବାବେଳେ ଆରୋଗ୍ୟ ହୋଇଛନ୍ତି ୩୦ ଜଣ। ଓଡ଼ିଶାରେ ମାତ୍ର ଜଣକର କରୋନା ଜନିତ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବସାଇଟ୍ରୁ ପ୍ରକାଶ। ତେବେ ଗତକାଲି ଓଡ଼ିଶାରେ ୪୪ ନମ୍ବର କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁ ପରେ ତାଙ୍କର କରୋନା ଟେଷ୍ଟ ନେଗେଟିଭ୍ ଆସିଛି। ତାଙ୍କର କରୋନାରେ ମୃତ୍ୟୁ ହୋଇନଥିବାର ସ୍ପଷ୍ଟ ହୋଇଛି।


