ସୂର୍ଯ୍ୟଙ୍କ ବିନା ଜୀବନ
ଆମେ ଏ ପର୍ଯ୍ୟନ୍ତ ଜାଣିଥିଲେ – ସୂର୍ଯ୍ୟଙ୍କର ଆଲୋକ ଓ ଉତ୍ତାପର ଏକ ନିର୍ଦ୍ଦିଷ୍ଟ ସମନ୍ୱୟରେ ଜୀବନୀ ଶକ୍ତି ସଞ୍ଚରିତ ହୁଏ । ପ୍ରକାରାନ୍ତରେ ସୂର୍ଯ୍ୟଙ୍କ ଅନୁପସ୍ଥିତିରେ ଜୀବନଧାରଣ ସମ୍ଭବ ନୁହେଁ । କିନ୍ତୁ ୨୦୧୩ ମସିହାରେ ବୈଜ୍ଞାନିକମାନେ ପ୍ରଶାନ୍ତ ମହାସାଗରର ଅତଳ ଗର୍ଭରେ ଆଲୋକ-ଉତ୍ତାପର ଅନୁପସ୍ଥିତିରେ ଜୀବନୀ-ଶକ୍ତିର ସନ୍ଧାନ ପାଇବା ପରେ ଉତ୍ଫୁଲ୍ଲିତ ହୋଇଉଠିଛନ୍ତି । ନର୍ଥ କୋରାଲିନା ବିଶ୍ୱବିଦ୍ୟାଳୟର ଗବେଷକ ମାର୍କ ଲିଭର ଘୋଷଣା କରିଛନ୍ତି – ସାଧାରଣତଃ ଆଲୋକ ସଂଶ୍ଳେଷଣ ସାହାଯ୍ୟରେ ପୃଥିବୀ ପୃଷ୍ଠରେ ଖାଦ୍ୟ ସଂଗ୍ରହ ସମ୍ଭବ ହୋଇଥାଏ । ସେଥି ନିମନ୍ତେ ସୂର୍ଯ୍ୟର ଆଲୋକ ଅପରିହାର୍ଯ୍ୟ । କିନ୍ତୁ ଗଭୀର ମହାସାଗରରେ କେମାସିନ୍ଥେସିସ୍ ପ୍ରକ୍ରିୟାରେ ଜୀବନ ସମ୍ଭବ ହୋଇଛି । ତାଙ୍କର ଏହି ଗବେଷଣା ମହାକାଶରେ ଜୀବନ ସନ୍ଧାନରେ ବହୁ ଭାବରେ ସହାୟକ ହେବ ।


