୧୪ ଦିନ ମଧ୍ୟରେ ୭୮ ଜିଲ୍ଲାରେ ଚିହ୍ନଟ ହୋଇ ନାହାନ୍ତି ନୂତନ ଆକ୍ରାନ୍ତ

ନୂଆଦିଲ୍ଲୀ : ବିଗତ ୧୪ ଦିନ ମଧ୍ୟରେ ଦେଶର ୭୮ଟି ଜିଲ୍ଲାରେ ଗୋଟିଏ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଲବ୍‌ ଅଗ୍ରଓ୍ବାଲଙ୍କ ପକ୍ଷରୁ ପ୍ରେସ୍‌ ମିଟ୍‌ କରାଯାଇ ଏହି ସୂଚନା ପ୍ରଦାନ କରାଯାଇଛି । ସେହିପରି ଗୁରୁବାର ସୁଦ୍ଧା ସମୁଦାୟ ୪୨୫୭ ରୋଗୀ କରୋନା ମୁକ୍ତ ହୋଇଥିବା ନେଇ ମଧ୍ୟ ସୂଚନା ମିଳିଛି । ସମୁଦାୟ ଆକ୍ରାନ୍ତଙ୍କର ପ୍ରାୟ ୧୯.୮୯ ପ୍ରତିଶତ ରୋଗୀ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୩୯୩ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୬୮୧ ଜଣ ମୃତ୍ୟୁବରଣ କରିଛନ୍ତି ଏବଂ ୪୨୫୭ ଜଣ ସୁସ୍ଥ ହୋଇ ସାରିଛନ୍ତି । ମହାରାଷ୍ଟ୍ର ମୃତ୍ୟୁସଂଖ୍ୟାରେ ଆଗୁଆ ରହିଥିବା ବେଳେ ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ କରିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୧୪୦୯ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୮ଜଣ ସୁସ୍ଥ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ