ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ବୋଲି ଜଣାଯାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ୍‌ରେ ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ୪୦ବର୍ଷୀୟ ଯୁବକ ହୋଇଥିବେଳେ ସେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡିଛି । ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପ୍ରକ୍ରିୟା ଚାଲୁ ରହିଥିବାର ସୂଚନା ରହିଛି । ଭଦ୍ରକରେ ଆକ୍ରାନ୍ତ ସଂଖ୍ୟା ୧୨ରେ ପହଞ୍ଚିଥିବାବେଳେ ରାଜ୍ୟରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି । ସୂଚନାଯୋଗ୍ୟ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଅଧିକାଂଶ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି। ତେଣୁ ସରକାର ନୂଆ ହଟସ୍ପଟ୍ ହୋଇଥିବା ଏହି ତିନି ଜିଲ୍ଲାରେ ୬୦ ଘଣ୍ଟା ଯାଏଁ ସଟଡାଉନ୍ ଘୋଷଣା କରିଛନ୍ତି। ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାକୁ ଗତକାଲି ରାତି ୧୦ଟାରୁ ୨୬ତାରିଖ ସକାଳ ୧୦ଟା ଯାଏ ସମ୍ପୂର୍ଣ୍ଣ ସଟ୍ ଡାଉନ୍ ଘୋଷଣା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ