ବ୍ଳକ ଚାଉଳ କଳ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଉଦ୍ୟମ ଜାରୀ ରଖିବା ସହ ଜନସାଧାରଣଙ୍କୁ ସହାୟତା ଯୋଗାଇ ଆସୁଛନ୍ତି । ଏହୌାକୁ ଆଖି ଆଗରେ ରଖି ହିଞ୍ଜିଳିକାଟୁ ବ୍ଳକ ଚାଉଳ କଳ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ଲକ୍ଷ ୭୨ ହଜାର ୧ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଚାଉଳ କଳ ମାଲିକ ସଂଘ ସଭାପତି ବିଜୟ କୁମାର ପାଢି ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟ ପରିସରରେ ଉପ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କୁ ସହାୟତା ରାଶିର ଏକ ବ୍ୟାଙ୍କ ଡ଼୍ରାଫ୍ଟ ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ