ବର୍ଷା ସହ ବଜ୍ରପାତ ଆଶଙ୍କା, ୧୯ ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ୧୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏହି ସମସ୍ତ ଜିଲ୍ଲାଗୁଡିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।


