କେନ୍ଦ୍ରାପଡା ବ୍ଲକ କର୍ମଚାରୀମାନେ ଗୋଟିଏ ଦିନର ଦରମା ଦେଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ
କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ବ୍ଲକର ସମସ୍ତ କର୍ମଚାରୀମାନେ ସେମାନଙ୍କ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଥିବା ଜଣାପଡିଛି । ବିଡିଓ ସୁଧିର କୁମାର ସିଂ କର୍ମଚାରୀମାନେ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ୬୫ହଜାର ଟଙ୍କାର ଏକ ଚେକ ଶନିବାର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ତାଙ୍କ କାର୍ଯ୍ୟାଳୟରେ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି ।


