ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ । ଆକ୍ରାନ୍ତ ଜଣକ ସୁନ୍ଦରଗଡ ଜିଲ୍ଲାର ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ସୁନ୍ଦରଗଡରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ରେ ପହଞ୍ଚିଛି । ସେହିପରି ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ କୁ ବୃଦ୍ଧି ହୋଇଛି । ଏହା ମଧ୍ୟରୁ ୧୦୨ଟି ଆକ୍ଟିଭ୍‌ କେସ୍‌ ରହିଛି । ସୁସ୍ଥ ହୋଇ ଘରକୁ ୬୦ଜଣ ଫେରିଥିବାବେଳେ ଜଣକର ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍‌ ୨୪୭୦ ସାମ୍ପଲ୍‌ ଟେଷ୍ଟ ହୋଇଛି। ଏଯାବତ୍‌ ୪୧ହଜାର ୧୨୮ଟି ନମୁନା ପରୀକ୍ଷା ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ