ରାଜ୍ୟରେ ଆଉ ୩ ପଜିଟିଭ , ମୋଟ ୧୭୩

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାରି ଭିତରେ ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରେ ୨ ଓ କଟକ ଜିଲ୍ଲା ତିଗିରିଆରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରେ ଜଣେ ୫୦ ବର୍ଷର ମହିଳା ଓ ଜଣେ ୨୬ ବର୍ଷର ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଉଭୟ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ମିଳିଛି । ବାଲେଶ୍ୱରରେ ଆକ୍ରାନ୍ତ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି ।
ସେହିପରି କଟକ ଜିଲ୍ଲା ତିଗିରିଆରେ ଆକ୍ରାନ୍ତ ଜଣକ ୩୪ ବର୍ଷର ଯୁବକ । ସେ ସୁରଟ ଫେରନ୍ତା ବୋଲି ଜଣାଯାଇଛି । ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ଆଜି ଗଞ୍ଜାମ ଜିଲ୍ଲାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ