ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯

ଭୁବନେଶ୍ୱର : ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପରେ ଆଉ ଜଣେ ଚିହ୍ନଟ ହୋଇଥିଲେ । ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଆଜି ଦିନରେ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଁଚିଛି । ସଦ୍ୟତମ ସୂଚନା ଅନୁଯାୟୀ ଜଗତସିଂହପୁରରେ ଜଣେ ଓ ବାଲେଶ୍ୱରରେ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ