ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ପୁଣି ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯, କେନ୍ଦ୍ରାପଡ଼ାରୁ ୫, ଭଦ୍ରକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରେ ଏବେ ସର୍ବମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଥିବାବେଳେ ଭଦ୍ରକରେ ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେହିପରି କେନ୍ଦ୍ରାପଡାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚଛି ।
ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୪୫କୁ ବୃଦ୍ଧି ହୋଇଛି। ଗତକାଲି ଏହି ସଂଖ୍ୟା ୨୧୯ ଥିବାବେଳେ ଆଜି ଆଉ ୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତକାଲି ଗୋଟିଏ ଦିନରେ ୩୪ ଜଣ ଚିହ୍ନଟ ହୋଇଥିବାବେଳେ ଆଜି ସକାଳୁ ୨୬ ଜଣ ଚିହ୍ନଟ ହୋଇ ଚିନ୍ତା ବଢାଇ ଦେଇଛନ୍ତି ।


