ରାଜ୍ୟରେ ତୃତୀୟ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ କରୋନା ଯୋଗୁଁ ଆଉ ଜଣଙ୍କ ମୃତ୍ୟୁ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବାର ସୂଚନା ରହିଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ତିନିକୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ଛୁଇଁଛି । ଆଜି ରାଜ୍ୟରେ ଆଉ ୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ରୋଗୀ ୧୧୭ ଜଣ ଚିହ୍ନଟ ହୋଇଥିବାବେଳେ ଆଜି ଜଣଙ୍କ ମୃତ୍ୟୁ ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ