ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଲକ୍‌ଡାଉନ୍‌ର ସମୀକ୍ଷା କରିବେ ମୋଦି

ନୂଆଦିଲ୍ଲୀ : ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଆସନ୍ତା କାଲି ଏହାର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୋଦି ଏହି ଆଲୋଚନା କରିବେ । ସୋମବାର ମେ’ ୧୧ ତାରିଖ ୩ଟା ସମୟରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଲକ୍‌ଡାଉନ୍‌ ସ୍ଥିତିର ସମୀକ୍ଷା କରିବେ ବୋଲି ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩ ହଜାର ଅତିକ୍ରମ କରିସାରିଥିବା ବେଳେ ବିଗତ ୨୪ ଘଣ୍ଟା ମଧ୍ୟରେ ୧୨୭ ଜଣଙ୍କର ପ୍ରାଣହାନି ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ