ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ଡେଇଁଲା, ମୃତ୍ୟୁ ସଂଖ୍ୟା ୨୫ ଶହ ଟପିଲା
ନୂଆଦିଲ୍ଲୀ : ଦେଶରେ ମହାମାରୀ କରୋନା ପ୍ରକୋପ ଜାରି ରଖିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮ ହଜାର ପାର ହୋଇଥିବା ବେଳେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୨୫ ଶହ ଟପିଛି ।
ଗତ ୨୪ ଘଣ୍ଟାରେ ଦେଶରେ ୩୭୨୨ ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଥିବା ବେଳେ ୧୩୪ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୮ ହଜାର ପାରକରିଛି । ଏପର୍ଯ୍ୟନ୍ତ ଭାରତରେ ୨୫୪୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୨୬,୨୩୫ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୯, ୨୧୯ ସକ୍ରିୟ ଅଛନ୍ତି।


