ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଛନ୍ତି ।
ତେବେ ଏହା ଭିତରେ ଏକ ଭଲ ଖବର ଆସିଛି । ତାହା ହେଲେ ଆଜି ପୁଣି ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୪ ଜଣ ଥିବାବେଳେ ଭଦ୍ରକର ୨ ଜଣ ଏବଂ ବାଲେଶ୍ୱର ଓ କେନ୍ଦୁଝରର ଜଣେ ଲେଖାଏଁ ଅଛନ୍ତି । ନୂଆ ୮ ଜଣଙ୍କୁ ମିଶାଇ ଏଯାବତ ଓଡ଼ିଶାରେ ୧୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ