ରାଜ୍ୟରେ ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ପ୍ରେସ୍‌ମିଟ୍‌ କରି ଏହି ସୂଚନା ପ୍ରଦାନ କରିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର । ଏହି ୩୦ ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଛି । ଉଲ୍ଲେଖମଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୭୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ୧୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର ପ୍ରାଣହାନି ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ