ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ
ନାଉଗାଁ, (ଯୁଗାବ୍ଦ ନ୍ୟୁଜ୍) : ନାଉଗାଁ ବ୍ଳକ ଅନ୍ତର୍ଗତ ଅଲଣାହାଟ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଓ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ବୈକୁଣ୍ଠନାଥ ଆଚାର୍ଯ୍ୟଙ୍କ ଶ୍ରାଦ୍ଧ ବାର୍ଷିକ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦର ସଭାପତି ରବିନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ସଂସଦର ସଂପାଦକ ଉକ୍ରଳ ରଂଜନ ମହାନ୍ତି, ଆବାହକ ବନମାଳୀ ପଟ୍ଟନାୟକ, ମୁଖ୍ୟ ପରାମର୍ଶଦାତା ଇଂ ଅକ୍ଷୟ ସାହାଣୀ ପ୍ରମୂଖ ଯୋଗ ଦେଇ କାର୍ଯ୍ୟକ୍ରମ କିପରି ସୁଚାର ରୂପେ ସଂପାଦନ କରାଯିବ ଗୁରୁତ୍ୱାରୋପ କରିଥିଲେ । ଏହି ବୈଠକରେ ପୁରାତନ ଛାତ୍ର ସଂସଦର ସଦସ୍ୟମାନେ ଯୋଗ ଦେଇ ନିଜ ନିଜର ମତ ପ୍ରକାଶ କରିଥିଲେ ।