ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଆଜି ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୯୧ ଜଣ ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି। ୯୧ ଜଣଙ୍କ ମଧ୍ୟରୁ ୮୭ ଜଣ କ୍ବାରେଣ୍ଟିନ୍ରେ ରହିଥିବା ବେଳେ ଅନ୍ୟମାନେ ହୋମ୍ କ୍ବାରେଣ୍ଟିନ୍ରେ ରହିଥିଲେ। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୨୮, ବାଲେଶ୍ବରରୁ ୧୭, ଗଞ୍ଜାମରୁ ୧୫, କଟକରୁ ୧୨, ପୁରୀରୁ ୭ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ସମ୍ବଲପୁରରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ପ୍ରଥମ କରି ସମ୍ବଲପୁରକୁ କରୋନା ଛୁଇଁଛି।


