୯୦ ହଜାର ଡେଇଁଲା ଦେଶବ୍ୟାପୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶବ୍ୟାପୀ କରୋନା ମହାମାରୀ ପ୍ରଭାବ ବଢି ଚାଲିଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ଅତିକ୍ରମ କରିଛି । ୨୪ ଘଣ୍ଟା ମଧ୍ୟରେ ୩୯୭୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୯୨୭ରେ ପହଞ୍ଚିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣଙ୍କର ପ୍ରାଣହାନି ଘଟି ମୃତ୍ୟୁ ସଂଖ୍ୟା ୨୮୭୨ରେ ପହଞ୍ଚିଛି । ସେହିପରି ସମୁଦାୟ ୩୪୧୦୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୯୪୬ ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ବିଶ୍ବରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୯୦୨୬୯ ବୃଦ୍ଧି ଘଟିବା ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪.୬୩ ମିଲିୟନ୍‌ରେ ପହଞ୍ଚିଛି । ସେହିପରି ୩୦୭୩ ନୂତନ ମୃତ୍ୟୁ ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୧ ହଜାର ଅତିକ୍ରମ କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ