ବିଜୁ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ପାରାଦ୍ୱୀପ, (ପିତବାସ ପ୍ରଧାନ):ପାରାଦ୍ୱୀପର ଅଗ୍ରଣୀ ଅନୁଷ୍ଠାନ ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱମହାମାରୀ କରୋନା ଓ ଅମ୍ଫାନ ମହାବାତ୍ୟା ଲଢେଇରେ ସାମିଲ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଶନିବାର ଦିନ ପାରାଦ୍ୱୀପ ଅତିରିକ୍ତ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ନିରାଡମ୍ବର କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଟ୍ରଷ୍ଟର ସାଧରଣ ସମ୍ପାଦକ ତଥା ପୂର୍ବତ୍ତନ ପୌରପାଳ ବସନ୍ତ ବିଶ୍ୱାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ପାରାଦ୍ୱୀପ ବନ୍ଦର ଅଧ୍ୟକ୍ଷ ରିଙ୍କଶ ରଏ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରକାଶ ରଙ୍ଗରାଜନ, ଅତିରିକ୍ତ ଜିଲ୍ଲାପାଳ କାହ୍ନୁଚରଣ ଧିର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଷ୍ଣୁ ଚରଣ ମିଶ୍ର, ବନ୍ଦର ସଂପଦ ଅଧିକାରୀ ବିଶ୍ୱଜିତ୍ ମିଶ୍ର, ନିର୍ବାହୀ ଅଧିକାରୀ ଦିଲ୍ଲୀପ ମହାନ୍ତି, ଆଦର୍ଶ ଥାନା ଅଧିକାରୀ ରଜନୀକାନ୍ତ ସାମଲ, ସ୍ମାଇଲ ଚାରିଟେବୁଲ ଟ୍ରଷ୍ଟର ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାସଙ୍କ ସମେତ ପୌର ଓ ଏଡିଏସ୍ କାର୍ଯ୍ୟାଳୟ ର କିଛି କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଓ ବନ୍ଦର ଅଧ୍ୟକ୍ଷ ଅନୁପସ୍ଥିତିରେ ସେମାନଙ୍କ ପ୍ରତିନିଧି ମାନେ ଏହି ସମ୍ବର୍ଦ୍ଧନା ଗ୍ରହଣ କରିଥିଲେ । ଟ୍ରଷ୍ଟର କାର୍ଯ୍ୟକାରୀ ସଭାପତି ସୁମନ୍ତ କୁମାର ବିଶ୍ୱାଳ ସମସ୍ତ ଯୋଦ୍ଧା ମାନଙ୍କୁ ସେମାନଙ୍କର କୃତିତ୍ୱ ପାଇଁ ସମସ୍ତଙ୍କୁ ସମ୍ବର୍ଦ୍ଧନା କରିଥିଲେ । କାର୍ଯ୍ୟକ୍ରମରେ ଟ୍ରଷ୍ଟର ଆଲୋକ ମହାପାତ୍ର, ଆଶିଷ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ