ଓଡିଶା ରେ ଅରେଂଜ ଆଲର୍ଟ ଜାରି :ପାଣିପାଗ ବିଭାଗ

ଓଡିଶା ରେ ମୈାସୁମୀ ଆସିଲା ପରେ ଆସନ୍ତା ୩୬ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳ ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କଳାହାଣ୍ଡି, ଗଂଜାମ, ପୁରୀ, ବରଗଡ, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୁର୍ବାନୁମାନ କରାଯାଇଛି । ଆସନ୍ତା ୪୮ ଘଂଟା ଭିତରେ କେତେକ ସ୍ଥାନରେ ୧୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆସନ୍ତା ୪୮ ଘଂଟା ପର‌୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ରାଜ୍ୟର ଅଧାରୁ ଅଧିକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ଓ ଉପକୂଳ ଓଡିଶାରେ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବି ବହିପାରେ । ତେଣୁ ବଙ୍ଗୋପସାଗର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଭାରତୀୟ ପାଣିପାଗ ବିଭାଗ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ