ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଆଉ ୭୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୦୦ ଟପିଲା । ନୂତନ ୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ଆଠ ଜଣ ଲୋକାଲ୍ କେସ ବୋଲି ଜଣା ପଡିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରେ ଆକ୍ଟିଭ୍ ୮୬୧ ଜଣ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୬୪୯ଜଣ । ୭ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି ।


