ସୁସ୍ଥ ହେଲେ ଆଉ ୮୪ ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ନୂତନ ୮୪ ଜଣ ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୪ ଜଣ, ଯାଜପୁରର ୧୮ ଜଣ, ବାଲେଶ୍ବରରୁ ୧୧ ଜଣ, କଟକରୁ ୭ ଜଣ, ଭଦ୍ରକରୁ ୬ ଜଣ, କେନ୍ଦ୍ରାପଡାରୁ ୫ ଜଣ, ଖୋର୍ଦ୍ଧା ଓ ପୁରୀରୁ ୪ ଜଣ ଲେଖାଏଁ ରହିଥିବାବେଳେ ନୟାଗଡ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡରୁ ଜଣେ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍‌ ସୁସ୍ଥଙ୍କ ସଂଖ୍ୟା ୭୩୩ରେ ପହଞ୍ଚିଛି। ଆଜି ରାଜ୍ୟରେ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୩ରେ ପହଞ୍ଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ