ଶ୍ରୀମନ୍ଦିର ଚତୁଃପାର୍ଶ୍ବ କାମ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଶ୍ରୀମନ୍ଦିର ଚତୁଃପାର୍ଶ୍ବ କାମ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଶୁକ୍ରବାର ଠାରୁ କାମ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ପୁରୀ ଓ ଭୁବନେଶ୍ୱରର ବିକାଶ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କରୋନା ପାଇଁ ୨ ମାସ କାର୍ଯ୍ୟ ବନ୍ଦ ରହିଯାଇଥିବା କହିବା ସହ ଏବେ ପୁଣି ବିକାଶ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ପୁରୀ ଓ ଭୁବନେଶ୍ୱରର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଐତିହ୍ୟ ପ୍ରକଳ୍ପ ଯଥା ଶ୍ରୀ ଜଗନ୍ନାଥ ମନ୍ଦିର ଐତିହ୍ୟ ପ୍ରକଳ୍ପ ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି ।
ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୁରୀ ଓ ଭୁବନେଶ୍ୱରର ଏହି ଦୁଇଟି ପ୍ରକଳ୍ପ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ଲକଡାଉନ ଯୋଗୁଁ ଏହି କାମ ୨ ମାସ ହେବ ବନ୍ଦ ରହିଥିଲା । ଏବେ ଏହି କାର୍ଯ୍ୟକୁ ମଇ ୨୯ ତାରିଖ ଠାରୁ ପୁନର୍ବାର ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରକାଶ ଯେ, ଶ୍ରୀମନ୍ଦିର ଚତୁଃପାର୍ଶ୍ବ ୭୫ ମିଟର ଉଚ୍ଛେଦ କାର୍ଯ୍ୟ କରାଯାଉଥିଲା । ଚତୁଃପାର୍ଶ୍ବ ଉଚ୍ଛେଦ କରି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଉଥିଲା । କିନ୍ତୁ କରୋନା ପାଇଁ ସବୁ କାର୍ଯ୍ୟ ବନ୍ଦ କରାଯାଇଥିଲା । ଖାଲି ପୁରୀ ନୁହେଁ କରୋନା ପାଇଁ ଭୁବନେଶ୍ୱରରେ ହେଉଥିବା ବହୁ ବିକାଶମୂଳକ କାର୍ଯ୍ୟକୁ ସ୍ଥଗିତ ରଖାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ