ରାଜ୍ୟରେ ନୂତନ ୭୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ନୂତନ ୭୬ ଆକ୍ରାନ୍ତ । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ ରେ ପହଞ୍ଚିଛି । ଚିହ୍ନଟ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୭୪ ଜଣ କ୍ବାରେଣ୍ଟିନ୍‌ରେ ରହିଥିବା ବେଳେ ୨ ଜଣ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧା ଏବଂ ନୂଆପଡାରୁ ୧୩ ଜଣ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୬ ଜଣ, ବାଲେଶ୍ବର, ସୁନ୍ଦରଗଡ ଏବଂ ନୟାଗଡରୁ ୨ ଜଣ ଲେଖାଏଁ ଏବଂ ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ୭୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୮୫୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ଏବଂ ୭ ଜଣଙ୍କର ପ୍ରାଣହାନି ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ