ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଭିଡ ଯୋଦ୍ଧାଙ୍କୁ ଜଣାଇଲେ ସମ୍ମାନ

ଛତ୍ରପୁର, (ଓ୍ବାଇଏନ୍ଏସ୍) : କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଅମୀୟ କୁମାର ସାହୁ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲ୍ଲା ରାଜସ୍ୱ ଅଧିକାରୀ ଡ.ଦିବ୍ୟଲୋଚନ ମହନ୍ତ, ଜିଲ୍ଲା ନିର୍ବାଚନ ଅଧିକାରୀ ଡ.ବିଜୟାନନ୍ଦ ସେଠୀ, ଡେପୁଟି କଲେକ୍ଟର ସ୍ନିଗ୍ଧାରାଣୀ ଧଳ, ଶରତ କୁମାର ପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ପରକ୍ଷୀତ ଦାଶ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠୀଆ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ଜିଲ୍ଲା କ୍ରୀଡା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ