୬ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଭୁବନେଶ୍ବର : ଭୀଷଣ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କସୂଚନା ଜାରି କରାଯାଇଛି । ଏହା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳ ୬ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ୬ ଟି ଜିଲ୍ଲା ମଧ୍ୟରେ ନୂଆପଡା, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ରହିଛି । ଏହା ସହିତ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୯ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ଯାଜପୁର, ବାଲେଶ୍ୱର, ଖୋର୍ଦ୍ଧା, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଅନୁଗୁଳ, କଟକ, ଢେଙ୍କାନାଳ ଏବଂ ନୟାଗଡ଼କୁ ଏହି ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।


