ଆସିଲେନି ଗଜପତି ମହାରାଜା
ଭୁବନେଶ୍ୱର: ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ତେବେ ଆଜି ଛେରାପହଁରା ଲାଗି ଗଜପତି ମହାରାଜା ଆସିନଥିଲେ । ଗଜପତି ମହାରାଜାଙ୍କ ଅନୁପସ୍ଥିତିରେ ମୁଦିରସ୍ତ ଛେରାପହଁରା କରିଛନ୍ତି । ଗଜପତି ମହାରାଜାଙ୍କ ପ୍ରତିନିଧିଭାବେ ମୁଦିରଥ ଛେରାପହଁରା କରିଛନ୍ତି । ଶ୍ରୀମନ୍ଦିରର ପ୍ରଚଳିତ ପରମ୍ପରା ଅନୁସାରେ, ଗଜପତି ମହାରାଜାଙ୍କ ଅନୁପସ୍ଥିତିରେ ମୁଦିରଥ ଶ୍ରୀଜିଉଙ୍କ ଛେରାପହଁରା କରିପାରିବେ। ଆଜି ଏହି ପରମ୍ପରାକୁ ଅନୁସରଣ କରି ପବିତ୍ର ସ୍ନାନଯାତ୍ରାରେ ମୁଦିରଥ ଛେରାପହଁରା କରିଛନ୍ତି। ପୁରୀ ଶଙ୍କରାଚାର୍ୟ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମଧ୍ୟ ସ୍ନାନଦେବୀକୁ ଆସି ନ ଥିବା ସୂଚନା ମିଳିଛି। ଗତ ନିଳାଦ୍ରୀବିଜେ ସମୟରେ ମଧ୍ୟ ଗଜପତିଙ୍କ ଅନୁପସ୍ଥିତିରେ ମୁଦିରଥ ଛେରାପହଁରା ନୀତି ସଂପାଦନ କରିଥିଲେ।
ପ୍ରକାଶ ଯେ, କରୋନା କଟକଣା ଯୋଗୁଁ ବିନା ଭକ୍ତ ସମାଗମରେ ଅନୁଷ୍ଠିତ ହେଉଛି ଶ୍ରୀଜିଉଙ୍କ ସ୍ବାନ ପୂର୍ଣ୍ଣିମା । ଆଜି ପୁରୀରେ ଭକ୍ତ ସମାଗମକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ବଡ଼ଦାଣ୍ଡ ଏବଂଅନ୍ୟ ଅଂଚଳରେ ୧୪୪ ଧାରା ଜାରି କରାଯାଇଛି।ଫଳରେ ସ୍ଥାନୀୟ ଲୋକ ମଧ୍ୟ ଭିଡ ଜମାଇବାର କୌଣସି ସମ୍ଭାବନା ନାହିଁ। କରୋନା କଟକଣା ହେତୁ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ଭକ୍ତମଣି ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା। ସେପଟେ ଆଇନଶୃଙ୍ଖଳା ପାଇଁ ୩୮ ପ୍ଲାଟୁନ ଫୋର୍ସ ସହ ୨୨୮ ଜଣ ଅଧିକାରୀଙ୍କୁ ମୁତୟନ କରାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ୧୪୪ ଧାରା ଜାରି କରାଯାଇଛି। ଶ୍ରୀମନ୍ଦିରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଓ ଗଳିକନ୍ଦିକୁ ସିଲ୍ କରି ଦିଆଯାଇଛି। ବଡ଼ଦାଣ୍ଡରେ ମାର୍କେଟ୍ ଛକରୁ ଭକ୍ତ ତଥା ଜନସାଧାରଣଙ୍କ ପ୍ରବେଶ ବନ୍ଦ କରି ଦିଆଯାଇଛି।


