ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ଆଉ ୧୨୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୨୨, ନୂଆପଡା ଓ ବଲାଙ୍ଗୀରରୁ ୧୪ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫, କେନ୍ଦ୍ରାପଡାରୁ ୪ ଜଣ ସୁସ୍ଥ ହୋଇଛନ୍ତି । ବାଲେଶ୍ବର, ଢେଙ୍କାନାଳ ଓ ନୟାଗଡରୁ ୩ ଜଣ ଲେଖାଏଁ, ଅନୁଗୁଳ, ମୟୁରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୬୦୪ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୪ରେ ପହଞ୍ଚିଛି ।


