ଆସନ୍ତାବର୍ଷ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ଆସନ୍ତାବର୍ଷ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି ଯେ, ଏ ବର୍ଷ ବହି ବଣ୍ଟନ ସରିଛି । ସୁବିଧା ହେଲେ ସ୍ୱତନ୍ତ୍ର ପୁସ୍ତିକା ବଣ୍ଟାଯିବ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆଧାରରେ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସାମିଲ ହେବ । ପାଠ୍ୟକ୍ରମରେ ସଙ୍ଗୀତ ରହିବ ଓ କାନ୍ତକବିଙ୍କ ସମ୍ପର୍କରେ ବି ସ୍ଥାନ ପାଇବ । ସ୍କୁଲରେ ୪ଟାବେଳେ ଛୁଟି ହେବା ପୂର୍ବରୁ ଏହାକୁ ଗାନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।
ପ୍ରକାଶ ଯେ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଅନବଦ୍ୟ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତ ଭାବରେ ସରକାରୀ ମାନ୍ୟତା ଦେବା ପାଇଁ ଗତକାଲି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଂଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ