ଶପଥ ନେଲେ ସାବିତ୍ରୀ ରଥ

କଟକ : ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ସାବିତ୍ରୀ ରଥ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍ କନଫରେନ୍ସ ହଲରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । କୋଭିଡ ନିୟମ ମାନି ନିରାଡମ୍ବର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ସୂଚନାଯୋଗ୍ୟ, ୨୦୨୦ ଜାନୁଆରି ୨୨ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ତାଙ୍କ ନାମ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଉଲ୍ଲେଖଯୋଗ୍ୟ ଯେ ପୂର୍ବରୁ ବିଚାରପତି ପଦରେ ନିଯୁକ୍ତି ପାଇଁ ୨୦୧୯ ମେ ୭ରେ ଆଇନଜୀବୀ ସାବିତ୍ରୀ ରଥଙ୍କ ସମେତ ୮ ଜଣ ଆଇନଜୀବୀଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ସୁପ୍ରିମକୋର୍ଟଙ୍କ ନିକଟକୁ ପଠାଇଥିଲେ। ୨୦୧୯, ଅକ୍ଟୋବର ୩ରେ ଅନୁଷ୍ଠିତ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଆଇନଜୀବୀ ସାବିତ୍ରୀ ରଥଙ୍କ ସ˚ପର୍କିତ ପ୍ରସ୍ତାବ ଆଉ କିଛିଦିନ ପରେ ବିଚାରକୁ ନିଆଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏ ସଂପର୍କିତ ପ୍ରସ୍ତାବ ସୁପ୍ରିମକୋର୍ଟ କଲେଜିୟମ ନିକଟରେ ବିଚାରାଧୀନ ଥିବା ବେଳେ ଜାନୁଆରି ୨୨ର ବୈଠକରେ ଏହାକୁ ଅନୁମୋଦନ କରାଯାଇଥିଲା। ସାବିତ୍ରୀ ରଥଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟ ବିଚାରପତି ସଂଖ୍ୟା ୧୬ରେ ପହଞ୍ଚିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ