ଗଜପତିରେ ପୁଣି ୧୫ କରୋନା ପଜିଟିଭ୍‌, ମୋଟ ୯୯ ରୋଗୀ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା)-ଗଜପତି ଜିଲ୍ଲାରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବଢିଚାଲିଛି । ଆଜି ପୁଣି ୧୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟା ୯୯ରେ ପହଞ୍ଚିଛି । ଏହି ୧୫ ଜଣଙ୍କୁ ଆଜି ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏ ନେଇ ଏକ ପ୍ରେସ ଇସ୍ତହାର ମାଧ୍ୟମରେ ଜଣାଇଛନ୍ତି,ଆଜି ପୁଣି ୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଏହି ୧୫ଜଣଙ୍କୁ ମିଶାଇ ବର୍ତ୍ତମାନ ଗଜପତିରେ ୯୯ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୋଟ ୫୧ ଜଣ ଗଜପତି ଜିଲ୍ଲାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ଏଠାରେ ୪୮ଜଣ ରହିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନିକ ଅଧିକାରୀ ମାନଙ୍କୁ ସମ୍ପୁଣ୍ଣ ଭାବେ ଏ ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜି ନୁତନ ଭାବେ ଯେଉଁ ୧୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ମହାରଷ୍ଟ୍ରରୁ ୨ଜଣ,ତାମିଲନାଡୁରୁ ୧୧ଜଣ,କେରଳରୁ ଜଣେ ଓ ତେଲାଙ୍ଗାନାରୁ ଜଣେ ପ୍ରବାସୀ ଗଜପତି ଜିଲ୍ଲାକୁ ଫେରିଥିଲେ । ଏମାନଙ୍କୁ ଅସ୍ଥାୟୀ ସଂଘରୋଧ କେନ୍ଦ୍ରରେ ରଖାଯାଇଥିଲା । ଏମାନଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା । ଏହାର ପଜିଟିଭ୍ ରିପୋର୍ଟ ଆସିବା ପରେ ଆଜି ଏହି ୧୫ଜଣଙ୍କୁ ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୭ଜଣ ପୁରୁଷ ଓ ୮ଜଣ ମହିଳା ଏଥିରେ ରହିଛନ୍ତି । ଏମାନଙ୍କ ବୟସ ୧୮ରୁ ୪୫ ମଧ୍ୟରେ ବୋଲି ସୁଚନା ମିଳିଛି । ଜିଲ୍ଲାର ସମସ୍ତ ୨୦୭ ଅସ୍ଥାୟୀ ସଂଘରୋଧ କେନ୍ଦ୍ର ସମେତ ଜିଲ୍ଲାର ସମସ୍ତ ଅଞ୍ଚଳରେ ଯେ କୌଣସି ବ୍ୟକ୍ତିଙ୍କ ଠାରେ କିଛି ଲକ୍ଷଣ ଦେଖାଗଲେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସମସ୍ତ ବିଭାଗୀୟ କର୍ମଚାରୀମାନେ ପ୍ରସ୍ତୁତ ରହିଛନ୍ତି । ତେଣୁ ଜିଲ୍ଲାବାସୀ ଏଥିରେ କୌଣସି ଭୟଭୀତ ହେବାର ଆବଶ୍ୟକତା ନାହିଁ । ଅନ୍ୟ ପକ୍ଷରେ ଜନସାଧାରଣ ଲକ୍‌ଡାଉନ୍ ନିୟମକୁ ମାନି ନିଜ ନିଜର ଘରେ ସୁରକ୍ଷିତ ଭାବେ ରୁହନ୍ତୁ ଏବଂ ପ୍ରଶାସନକୁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ