ଜୁଲାଇ ୨୨ରେ ପ୍ରେରଣ ହେବ ଚନ୍ଦ୍ରଯାନ-୨

ନୂଆଦିଲ୍ଲୀ (ଯୁଗାବ୍ଦ ନ୍ୟୁଜ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ଆସନ୍ତା ୨୨ ତାରିଖରେ ପୁଣି ଥରେ ଚନ୍ଦ୍ରଯାନ-୨ ଅଭିଯାନ ଆରମ୍ଭ କରିବ। ଏହିଦିନ ଚନ୍ଦ୍ରଯାନ-୨ର ଉତ୍କ୍ଷେପଣ କରାଯିବ। ସୋମବାର ଅପରାହ୍ନ ୨ଟା ୪୩ ମିନିଟରେ ଏହାର ଉତ୍କ୍ଷେପଣ ହେବ ବୋଲି ଇସ୍ରୋ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ଭାରତର ୨ୟ ଚନ୍ଦ୍ରଯାନ ଅଭିଯାନ ଗତ ୧୫ ତାରିଖରେ ଆରମ୍ଭ ହେବାର ଥିଲା। ମାତ୍ର ବୈଷୟିକ ତ୍ରୁଟି କାରଣରୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଜିଏସଏଲଭି-ଏମକେ ୩ ମହାକାଶ ଯାନର କ୍ରାୟୋଜେନିକ ଇଞ୍ଜିନର ହିଲିୟମ ବୋତଲରେ ଲିକ୍ ଯୋଗୁ ଉତ୍କ୍ଷେପଣର ୫୬ ମିନିଟ ପୂର୍ବରୁ ଅଭିଯାନକୁ ବନ୍ଦ କରାଯାଇଥିଲା।ସାକ୍ଷାତକାର କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ଯାତାୟତ ତଥା କୌଣସି ଦୈନିକ ଭତ୍ତା ଦେବାର ବ୍ୟବସ୍ଥା ନାହିଁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ