ନୂଆ ୫୬ କରୋନା ପଜିଟିଭ୍‌ ମଧ୍ୟରୁ ୧୩ ଯୋଦ୍ଧା

ଛତ୍ରପୁର,(ଓ୍ବାଇଏନ୍ଏସ୍) : ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୬୨୦ ସୁସ୍ଥ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ୧୨୯ କରୋନା ଆକ୍ରାନ୍ତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗୁରୁବାର ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ