ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର

ନୂଆଦିଲ୍ଲୀ : ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ପୁଣିଥରେ ବିଗିଡି ଯାଇଛି । ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଅକ୍ସିଜେନ୍‌ ସର୍ପୋଟରେ ରଖାଯାଇଛି । ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଦୁଇ ଦିନ ପୂର୍ବରୁ କରୋନା ଭାଇରସରେ ସଂକ୍ରମିତ ହୋଇଥିବାର ସୂଚନା ରହିଥିଲା । ଦିଲ୍ଲୀସ୍ଥିତ ରାଜୀବ ଗାନ୍ଧି ହସ୍ପିଟାଲରେ ସତ୍ୟେନ୍ଦ୍ର ଜୈନ୍‌ଙ୍କ ଚିକିତ୍ସା କରାଯାଉଥିବାବେଳେ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବାର ସୂଚନା ରହିଛି । କିଛି ଦିନ ପୂର୍ବରୁ ଜ୍ବର ଓ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ପ୍ରଥମେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା । କିନ୍ତୁ ଦୁଇ ଦିନ ପୂର୍ବରୁ ସତ୍ୟେନ୍ଦ୍ର ଜୈନ୍‌ଙ୍କ ପୁନର୍ବାର କରୋନା ଟେଷ୍ଟ କରାଯିବା ପରେ ପଜିଟିଭ୍‌ ମିଳିଥିଲା । କିନ୍ତୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଥିବାରୁ ତାଙ୍କୁ ଅକ୍ସିଜେନ୍‌ ସର୍ପୋଟ୍‌ରେ ରଖାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ