ଡୁମୁଡୁମା କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ଭୁବନେଶ୍ୱର: ଭୁବନେଶ୍ୱରର ଡୁମୁଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ଘୋଷଣା କରାଯାଇଛି । ସୁବାସ ନଗର ବସ୍ତିରୁ ଏକାଧିକ ପଜିଟିଭ ମିଳିବା ପରେ ଡୁମୁଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି । କୌଣସି ଟ୍ରାଭେଲ ହିଷ୍ଟ୍ରି ନଥାଇ ମଧ୍ୟ ସେଠାରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଡୁମୁଡୁମା ହନୁମାନ ମନ୍ଦିରରୁ ପ୍ଲଟ ନଂ ୩୨୩ ଯାଏଁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏହାଛଡ଼ା ପ୍ଲଟ ନଂ ୩୨୩ରୁ ପ୍ଲଟ ନଂ ୨୬୧ ଓ ୨୫୮ ଯାଏଁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ପ୍ଲଟ ନଂ ୨୬୨ ଓ ୨୫୮ରୁ ହନୁମାନ ମନ୍ଦିର ଯାଏଁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ସମ୍ପୃକ୍ତ ଅଞ୍ଚଳରେ କଣ୍ଟେନମେଣ୍ଟ ପାଇଁ ଜାରି ସମସ୍ତ କଟକଣା ଲାଗୁ ହେବ । ସବୁ ଅଫିସ ବନ୍ଦ ରହିବ । ଲୋକମାନଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।


